ବାତ୍ୟା ପାଇଁ ଆକ୍ସନ ମୋଡ଼ରେ ସରକାର : ବାତିଲ କଲେ ସବୁ ଡାକ୍ତରଙ୍କ ଛୁଟି, ହସ୍ପିଟାଲରେ ରହିବ ୨୪ ଘଣ୍ଟିଆ ପାୱାର ବ୍ୟାକ୍‌ଅପ୍

ଭୁବନେଶ୍ଵର : ବାତ୍ୟା ପାଇଁ ଆକ୍ସନ ମୋଡ଼ରେ ରହିଛନ୍ତି ସରକାର । ବାତ୍ୟା ଯୋଗୁଁ ସବୁ ଡାକ୍ତରଙ୍କ ଛୁଟି ବାତିଲ କଲେ ସରକାର । ସମ୍ଭାବ୍ୟ ବାତ୍ୟା ଦାନା ପାଇଁ ସମସ୍ତ ଡାକ୍ତରଙ୍କ ଛୁଟି ବାତିଲ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ଡାଇରିଆ ଓ ସର୍ପାଘାତ ଔଷଧ ସବୁ ମେଡିକାଲରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲରେ ୨୪ ଘଣ୍ଟିଆ ପାୱାର ବ୍ୟାକ୍ ଅପ୍ ରଖିବାକୁ କୁହାଯାଇଛି।

ସ୍ଵାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ଯେ, ବାତ୍ୟା ପ୍ରଭାବିତ ଅଞ୍ଚଳରେ ଟିମ୍ ପଠାଯାଇ ସେବା ଦିଆଯିବ। ରାଜ୍ୟ ଏବଂ ବ୍ଲକ ସ୍ତରରେ କଣ୍ଟ୍ରୋଲ ରୁମ୍ କରି ମନିଟର କରାଯାଉଛି। ସୋମବାର ଠାରୁ ଗର୍ଭବତୀଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଚାଲିଛି।

ଗତକାଲିଠୁ ଗର୍ଭବତୀଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଚାଲିଛି ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର l ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଗତକାଲି ରାଜ୍ୟ ସକରାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି । ୨୩ରୁ ୨୫ତାରିଖ ପର୍ଯ୍ୟନ୍ତ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ସହ ହେଡକ୍ୱାର୍ଟରରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟପଟେ ସମ୍ଭାବ୍ୟ ବାତ୍ୟାଟି ଅବପାତରେ ପରିଣତ ହୋଇଛି l ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ l କାଲି ସକାଳେ ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି l କାଳକ୍ରମେ ଏହା ଭୀଷଣ ବାତ୍ୟାରେ ରୂପାନ୍ତରିତ ହୋଇ ସ୍ଥଳଭାଗ ମୁହଁ ହେବ l ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଅତିକ୍ରମ କରିବ l ପୁରୀରୁ ସାଗରଦ୍ବୀପ ମଧ୍ୟରେ ଏହାର ପ୍ରଭାବ ରହିବ l ପୁରୀରୁ ୨୪ ପ୍ରଗଣା ଜିଲ୍ଲା ମଧ୍ୟରେ ପ୍ରବଳ ବର୍ଷା, ପବନ ହେବ l ସ୍ଥଳଭାଗ ଛୁଇଁଲା ବେଳେ ପବନ ବେଗ ୧୦୦ରୁ ୧୨୦ କିମି ରହିବ l ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ଏହାର ବେଶୀ ପ୍ରଭାବ ରହିବ l କିଛି ଜାଗାରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର l

Get real time updates directly on you device, subscribe now.