ବାତ୍ୟା ପାଇଁ ବାତିଲ ହେଲା ୧୭୮ଟି ଟ୍ରେନ୍; ଘୋଷଣା କଲା ରେଳ ବିଭାଗ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ବାତ୍ୟା ପାଇଁ  ବ୍ୟାପକ ଟ୍ରେନ୍ ବାତିଲ ଘୋଷଣା ହୋଇଛି । ବାତ୍ୟା ‘ଦାନା’ ପାଇଁ ୧୭୮ ଟି ଟ୍ରେନ୍ ବାତିଲ ନେଇ ଘୋଷଣା କଲା ରେଳ ବିଭାଗ । ଅକ୍ଟୋବର ୨୩, ୨୪ ଓ ୨୫ ତାରିଖ ମଧ୍ୟରେ ମୋଟ ୯୩ ଟି ଟ୍ରେନ୍ ବାତିଲ୍ କରିଛି ରେଳ ବିଭାଗ । ହାୱଡ଼ା-ପୁରୀ, ହାୱଡ଼ା-ଭୁବନେଶ୍ୱର, ନୂଆଦିଲ୍ଲୀ-ପୁରୀ, ଖଡ଼ଗପୁର-ଖୋର୍ଦ୍ଧା, ସମ୍ୱଲପୁର-ପୁରୀ, ରାଉରକେଲା-ଭୁବନେଶ୍ୱର ଆଦି ଟ୍ରେନ୍ ଗୁଡ଼ିକୁ ବାତିଲ୍ କରାଯାଇଛି ।

ସେପଟେ ସମ୍ଭାବ୍ୟ ବାତ୍ୟା ଦାନା ପାଇଁ ସମସ୍ତ ଡାକ୍ତରଙ୍କ ଛୁଟି ବାତିଲ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ଡାଇରିଆ ଓ ସର୍ପାଘାତ ଔଷଧ ସବୁ ମେଡିକାଲରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲରେ ୨୪ ଘଣ୍ଟିଆ ପାୱାର ବ୍ୟାକ୍ ଅପ୍ ରଖିବାକୁ କୁହାଯାଇଛି। ସ୍ଵାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ଯେ, ବାତ୍ୟା ପ୍ରଭାବିତ ଅଞ୍ଚଳରେ ଟିମ୍ ପଠାଯାଇ ସେବା ଦିଆଯିବ। ରାଜ୍ୟ ଏବଂ ବ୍ଲକ ସ୍ତରରେ କଣ୍ଟ୍ରୋଲ ରୁମ୍ କରି ମନିଟର କରାଯାଉଛି।

ସୋମବାର ଠାରୁ ଗର୍ଭବତୀଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଚାଲିଛି। ଗତକାଲିଠୁ ଗର୍ଭବତୀଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଚାଲିଛି ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଗତକାଲି ରାଜ୍ୟ ସକରାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି । ୨୩ରୁ ୨୫ତାରିଖ ପର୍ଯ୍ୟନ୍ତ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ସହ ହେଡକ୍ୱାର୍ଟରରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Get real time updates directly on you device, subscribe now.