ଭୀଷଣ ବାତ୍ୟାର ରୂପ ନେଲା ‘ଦାନା’: ୬ ଘଣ୍ଟାରେ ୧୫ କିମି ବେଗରେ ଆସୁଛି ମାଡ଼ି

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ଦାନା’ । ଗତ ରାତିରେ ଭୀଷଣ ବାତ୍ୟାରେ ଏହା ପରିଣତ ହୋଇଛି । ଏହା କେନ୍ଦ୍ରୀୟ ଓ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ୧୫ କିମି ବେଗରେ ଗତି କରୁଛି ଏହି ବାତ୍ୟା ଦାନା । ଏହା ବର୍ତ୍ତମାନ ପାରାଦୀପର ଦକ୍ଷିଣପୂର୍ବକୁ ୨୮୦ କିମି ଦୂରରେ ରହିଛି । ଏହା ସହିତ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୩୧୦ କିମି ଦୂରରେ ବାତ୍ୟା ରହିଛି । ସେହିପରି ସାଗର ଦୀପର ଦକ୍ଷିଣପୂର୍ବର ୪୨୦ କିମି ଦୂରରେ ରହିଛି ଦାନା ।

ତେବେ ବାତ୍ୟା ‘ଦାନା’ ଭିତରକନିକା-ଧାମରା ମଧ୍ୟରେ ଅତିକ୍ରମ କରିପାରେ । ୨୪ ତାରିଖ ରାତିରୁ ୨୫ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ । ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୦୦ରୁ ୧୨୦ କିମି ରହିପାରେ ବୋଲି ପୂର୍ବାନୁମାନ ହୋଇଛି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ାରେ ପବନର ବେଗ ୧୨୦ କିମି ରହିବ ବୋଲି ଆଶା କରାଯାଉଛି ।