ଭୁବନେଶ୍ୱର: ଆସନ୍ତା ୨୯ ତାରିଖରୁ ଓଡ଼ିଶା ସ୍ୱାସ୍ଥ୍ୟ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି । ୨୯ ତାରିଖରେ ରାଜ୍ୟରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିସି ଜରିଆରେ ଏହି ଯୋଜନାର ଶୁଭାରମ୍ଭ କରିବେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିବେ । ଆୟୁଷ୍ମାନ ଭାରତର ଶୁଭାରମ୍ଭ ନେଇ ବଡ଼ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏହି କାର୍ଡ ଜରିଆରେ ରାଜ୍ୟର ସମସ୍ତ ୭୦ ବର୍ଷରୁ ଅଧିକ ବୟସର ଲୋକମାନଙ୍କୁ ମାଗଣା ଚିକିତ୍ସା ସେବା ଯୋଗାଇ ଦିଆଯିବ । ବୃଦ୍ଧାବସ୍ଥାରେ ଲୋକମାନଙ୍କ ସାହାରା ପାଲଟିବା ପାଇଁ ସରକାର ଚିକିତ୍ସା ସେବା ଯୋଗାଇ ଦେବାକୁ ଏହି ଯୋଜନାର ଶୁଭାରମ୍ଭ କରିବାକୁ ଯାଉଛନ୍ତି ।