ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ରେଳ କାମ । ଏନେଇ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷଙ୍କ ସୂଚନା । ଭୂମି ଠାରୁ ୧୩ ମିଟର ଉଚ୍ଚରେ ଯିବ ମେଟ୍ରୋ ଟ୍ରେନ୍ । ରାଜମହଲ, ଜୟଦେବବିହାର ଓ ବାରଙ୍ଗରେ ରହିବ ଅଧିକ ଉଚ୍ଚତା । ପ୍ରତି ୧୦ ମିନିଟ୍ ବ୍ୟବଧାନରେ ଚାଲିବ ମୋଟ୍ରୋ ଟ୍ରେନ୍ ।
୩ କୋଚ୍ ବିଶିଷ୍ଟ ୧୩ଟି ମେଟ୍ରୋ ଟ୍ରେନ୍ କିଣିବାକୁ ଯୋଜନା । ଏବେ ମେଟ୍ର ପ୍ରକଳ୍ପ ପାଇଁ ଚାଲିଛି ମାଟି ପରୀକ୍ଷା । ୫୦/୬୦ ଫୁଟ ତଳୁ ମାଟି ନେଇ ଲ୍ୟାବରେ ଚାଲିଛି ପରୀକ୍ଷା । ମାଟି ପରୀକ୍ଷା ସରିବା ପରେ ଆରମ୍ଭ ହେବ ଫାଉଣ୍ଡେସନ କାମ ।