ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ହୋମ ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ହୋମ ଗାର୍ଡମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ହୋମ ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ ହୋଇଛି । ଖୁବଶୀଘ୍ର ଖାଲି ଥିବା ପଦବୀ ପୂରଣ ହେବ । ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ରାଜ୍ୟ ସରକାର ପ୍ରତ୍ୟାହୃତ କରିବା ପରେ ଏବେ ଅନେକ ହୋମ ଗାର୍ଡ ବିଶେଷ ଭାବେ ଉପକୃତ ହୋଇ ପାରିବେ ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି । ଏହାଦ୍ୱାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ । ସୂଚନା ଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ହୋମ ଗାର୍ଡ ପଦବୀ ସଂଖ୍ୟା ୧୭,୬୭୫ ଥିବା ବେଳେ ୧୫,୩୦୬ ଜଣ ହୋମ ଗାର୍ଡ କାର୍ଯ୍ୟରତ ଅଛନ୍ତି । ୨୩୬୯ ପଦବୀ ଖାଲି ଅଛି । ଏହି ନିଷ୍ପତ୍ତି ଦ୍ୱାରା ଖାଲି ଥିବା ପଦବୀଗୁଡ଼ିକ ଆବଶ୍ୟକତା ଅନୁଯାୟୀ ପୂରଣ କରାଯାଇ ପାରିବ ।