ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଭରତପୁର ଥାନା ମାମଲାର ତଦନ୍ତ କରୁଥିବା କମିଶନଙ୍କ କାର୍ଯ୍ୟକାଳକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।
ଆସନ୍ତା ନଭେମ୍ବର ୨୨ରେ ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା । ବର୍ତ୍ତମାନ ତାଙ୍କ କାର୍ଯ୍ୟକାଳ ୩୧ ଜାନୁଆରୀ ୨୦୨୫ ଯାଏଁ ବୃଦ୍ଧି କରାଯାଇଛି ।