ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଗକୁ ଦୁଇଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଆସନ୍ତା ୧୮ ତାରିଖ ଓ ୨୫ ତାରିଖ ଦୁଇଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏହି ଦୁଇ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ ଶୁଣାଣି କରିବେ ନାହିଁ । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ବାବଦରେ ଆଗକୁ ସୂଚିତ କରାଯିବ ବୋଲି କୁହାଯାଇଛି ।
ସୂଚନାଯୋଗ୍ୟ ଯେ, ବାତ୍ୟା ‘ଦାନା ପାଇଁ ଗତ ମାସ ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିଲା । ତା’ପରେ ନଭେମବର ୪ ଓ ୧୧ ତାରିଖରେ ମଧ୍ୟ ଶୁଣାଣି ବନ୍ଦ ରହିଥିଲା । ଦୀର୍ଘବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିବା ବେଳେ ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ୟୁନିଟ-୫ ସ୍ଥିତ ସରକାରୀ ବାସଭବନରେ ନିୟମିତ ଭାବେ ଅଭିଯୋଗ ଶୁଣାଣି କରୁଛନ୍ତି ।