ଆସନ୍ତା ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ, ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକତାରେ ହେବ ବୈଠକ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨୬ ତାରିଖଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ ଆସନ୍ତା ୨୫ ତାରିଖରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବା ନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ଏହି ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ବାଚସ୍ପତି ସମସ୍ତଙ୍କର ସହଯୋଗ ଲୋଡ଼ିବେ । ଉଭୟ ବିରୋଧୀ ଓ ଶାସକ ମୁହାଁମୁହିଁ ହୋଇପାରନ୍ତି । ତେଣୁ ଏଥର ଅଧିବେଶନ ସରଗରମ ହେବାର ସମ୍ଭାବନା ରହିଛି ।