ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ କୋହଲା ରହିବା ସହିତ କେତେକ ସ୍ଥାନରେ ସାମାନ୍ୟ ବର୍ଷା ହେଉଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ମାଲକାନଗିରି, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡା ଏବଂ କୋରାପୁଟ ସମେତ ସମୁଦ୍ରତଟ ଜିଲ୍ଲା ଗୁଡ଼ିକରେ ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ ସାମାନ୍ୟ ବର୍ଷା ଲାଗିରହିବ ।
ତେବେ ଡିସେମ୍ବର ପହିଲାରୁ ରାଜ୍ୟରେ ପାଗ ଶୁଖିଲା ରହିବ। ବର୍ତ୍ତମାନ ରାଜ୍ୟରେ ଶୀତର ପ୍ରକୋପ କମିବ। ଦିନକ ପରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିପାରେ। ରାଜ୍ୟରେ ଗତ କିଛି ଦିନ ହେବ ଶୀତ ଜାରି ରହିଛି। ଗୁରୁବାର ଦିନ ରାତିରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ସେଲସିୟସ୍ ରେକର୍ଡ଼ କରାଯାଇଛି। ୧୨ଟି ସହରର ତାପମାତ୍ରା ୧୩ ଡିଗ୍ରୀ ତଳେ ରହିଥିଲା।