ଭୁବନେଶ୍ୱର : ରାଜ୍ୟରେ ଶୀତର ପ୍ରଭାବ ବୃଦ୍ଧି ପାଇବାରେ ଲାଗିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ଦୁଇ ଦିନ ମଧ୍ୟରେ ଜଗତସିଂହପୁର, ସମ୍ବଲପୁର, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ କୁହୁଡ଼ି ଅନୁଭୂତ ହେବାର ସମ୍ଭାବନା ରହିଛି । ଅପରପକ୍ଷରେ ଗତକାଲି ରାଉରକେଲାଠାରେ ରାତିର ସର୍ବନିମ୍ନ ତାପମାତ୍ରା ୧୦ ଦଶମିକ ୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।
କୃଷି ଗବେଷଣା କେନ୍ଦ୍ର ଗତକାଲି ତାପମାତ୍ରା ୧୧ ଡିଗ୍ରି ଥିବା ରେକର୍ଡ କରିଥିଲାl ଫଳରେ ଏହାର ପ୍ରକୋପରେ ଶୀତ ବଢ଼ିବାରେ ଲାଗିଛି। ଲଘୁଚାପ, ଘୂର୍ଣ୍ଣିଳୟ ଯୋଗୁ ବର୍ଷା ଏବଂ ପରବର୍ତ୍ତୀ ସମୟରେ ପାଗ ମେଘୁଆ କାରଣରୁ ଏକ ସପ୍ତାହ ହେଲା ଶୀତ କମିଯାଇ ଥିବା ବେଳେ କାଲି ଠାରୁ ହଠାତ ବଢ଼ିଥିବା ଅନୁଭୂତ ହୋଇଛି। କୋହଲା ପବନରେ ଦେହ କାଲୁଆ ହୋଇ ଯାଇଥିବା ବେଳେ ରାସ୍ତାକଡ଼ର ବ୍ଯବସାୟ କରୁଥିବା ବ୍ଯବସୀୟୀ, ଜଙ୍ଗଲ ଜାତ ସାମଗ୍ରୀ ସଂଗ୍ରହ କରି ପେଟ ପୋଷୁଥିବା ସ୍ଥାନୀୟ ଅଧିବାସୀ, ଅସହାୟ, କଚା ଘରେ ରହୁଥିବା ଲୋକକଂ ପାଇଁ ପ୍ରବଳ ଶୀତ ବଢ଼ାଇ ଦେଇଛି ଚିନ୍ତା। ପୁଣି ଥରେ ଶୀତରୁ ରକ୍ଷା ପାଇବା ପାଇଁ ସକାଳ ଏବଂ ସଂନ୍ଧ୍ଯାରେ ରାସ୍ତାକଡ଼ରେ ନିଆଁ ପାଖରେ ବସିବା ଦେଖିବାକୁ ମିଳିଛି। କୁହୁଡି ଯୋଗୁଁ ଯାତାୟତରେ ସମସ୍ୟା ଦେଖା ଦେଇଛିl