ଡିସେମ୍ବର ୨୫ରେ ସୁଭଦ୍ରା ଟଙ୍କା ଦେବେନି ସରକାର! ଚତୁର୍ଥ ପର୍ଯ୍ୟାୟକୁ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୩ଟି ପର୍ଯ୍ୟାୟରେ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ମିଳିଛି ସୁଭଦ୍ରା ଟଙ୍କା । ଏହାପରେ ଡିସେମ୍ବର ୨୫ ତାରିଖରେ ଚତୁର୍ଥ ପର୍ଯ୍ୟାୟ ଟଙ୍କା ଦେବା ନେଇ ସରକାର ଘୋଷଣା କରିଥିଲେ । କିନ୍ତୁ ବର୍ତ୍ତମାନ ଏ ନେଇ ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଆସିବା ପୂର୍ବରୁ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ବର୍ତ୍ତମାନ ଏହି ଚତୁର୍ଥ ପର୍ଯ୍ୟାୟ ଟଙ୍କାକୁ ସ୍ଥଗିତ ରଖାଯାଇଛି । ଏଥିପାଇଁ  ଯାଞ୍ଚ ଜାରି ରହିଛି ଏବଂ ଖୁବଶୀଘ୍ର ଏ ନେଇ ଏକ ବଡ଼ ଅପଡେଟ ଆସିପାରେ ।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସୁଭଦ୍ରା ଟଙ୍କା ପାଇବାରୁ ବଞ୍ଚିତ ରହିଥିବା ଯୋଗ୍ୟ ହିତାଧିକାରୀ ସୁଭଦ୍ରା ପୋର୍ଟାଲରେ ଯାଇ ନିଜର ଅଭିଯୋଗ ଦାୟର କରିପାରିବେ । ଏହାବ୍ୟତୀତ ଏହି ଯୋଜନା ପାଇଁ ବ୍ଲକରେ ତିଆରି ହୋଇଥିବା କମିଟି ନିକଟରେ ମଧ୍ୟ ଆପଣ ନିଜର ଅଭିଯୋଗ ଲେଖିପାରିବେ । ଏହାପରେ ଆରଆଇ ମାନେ ଗାଁକୁ ଯାଇ ତଦାରଖ କରିବା ପରେ ଦେଇଥିବା ରିପୋର୍ଟ ଅନୁସାରେ, ଚତୁର୍ଥ ପର୍ଯ୍ୟାୟରେ ଏହି ହିତାଧିକାରୀମାନଙ୍କୁ ସାମିଲ କରାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏଥିସହିତ ରିଜେକ୍ଟ ଲିଷ୍ଟ ଯାଞ୍ଚ ସମୟରେ ଆଧାର ଭେରିଫିକେସନ କରାଇନେବାକୁ ସେ ହିତାଧିକାରୀ ମାନଙ୍କୁ ଅନୁରୋଧ କରିଛନ୍ତି ।