ରାଜ୍ୟରେ ପୁଣି ବଢିବ ଶୀତର ପ୍ରକୋପ! ଆସନ୍ତା ୩ ଦିନ ବର୍ଷା, ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ବଳୟ ସକ୍ରିୟ ହୋଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି । ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବା ସହ ଥଣ୍ଡାର ପରିମାଣ ମଧ୍ୟ ବୃଦ୍ଧି ହୋଇପାରେ । ବର୍ତ୍ତମାନ ରାଜ୍ୟର ଅନେକ ସହରରେ ତାପମାତ୍ରା ୧୦ ଡିଗ୍ରୀରୁ କମ୍ ରହିଥିବା ବେଳେ ଆଗକୁ ବର୍ଷା ଯୋଗୁଁ ଥଣ୍ଡାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି ।