ଆହୁରି ୨୪ ଘଣ୍ଟା ଓଦା ହେବ ଓଡ଼ିଶା, ସୂଚନା ଜାରି କଲେ ପାଣିପାଗ ନିର୍ଦ୍ଦେଶିକା

ଭୁବନେଶ୍ୱର: ୨୪ ଘଣ୍ଟାରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି କୁହାଯାଉଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସୁନ୍ଦରଗଡ଼ ଓ ଝାରସୁସଗୁଡ଼ା ଜିଲ୍ଲାକୁ ଛାଡ଼ି ସବୁଠି ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଆସନ୍ତା କାଲି ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ୨୬ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ହେବ। ଏଥିସହ ଉପକୂଳ ଓଡ଼ିଶାରେ ମଧ୍ୟ ପାଗରେ ପରିବର୍ତ୍ତନ ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା ରହିଛି।

ସକାଳୁ ସକାଳୁ ଟ୍ୱିନସିଟିରେ ହାଲୁକା ଧରଣର ବର୍ଷା ହୋଇଛି । ଝିପିଝିପି ବର୍ଷା କାରଣରୁ ସାଧାରଣ ଲୋକଙ୍କ ଗମନାଗମନ ବାଧାପ୍ରାପ୍ତ ହୋଇଛି । କୋହଲା ପାଗ ସାଙ୍ଗକୁ ବର୍ଷା ଏବେ ରାଜ୍ୟବାସୀଙ୍କ ପାଇଁ ଚିନ୍ତା ବଢ଼େଇ ଦେଇଛି । ଦକ୍ଷିଣ ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହୋଇଛି । ଆଜି ରାଜ୍ୟର ୮ ଜିଲ୍ଲା ପୁରୀ, ଖୋର୍ଦ୍ଧା, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅଶଙ୍କା କରିଛି ପାଣିପାଗ ବିଭାଗ ।