fbpx

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୨ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୩ଜଣ ମୃତକ ଗଞ୍ଜାମ ଜିଲ୍ଳାର ହୋଇଥିବା ସୂଚନା ମିଳିଛି । ସେମାନଙ୍କ ବୟସ ଯଥାକ୍ରମେ ୫୬, ୫୦ ଓ ୬୫ । ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.