fbpx

ବଡ ଖବର: ରାଜ୍ୟରେ ଆଜି ପୁଣି ୬୧୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧୩ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୬୧୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧୫ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୦୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୭୩୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରେ ସର୍ବାଧିକ ୨୮୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକରୁ ୨୩ଜଣ, ଢ଼େଙ୍କାନାଳରୁ ୭ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨୮୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝରରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କୋରାପୁଟ ଜିଲ୍ଲାରୁ ୫୦ଜଣ, ମାଲକାନଗିରି ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୦ଜଣ, ନୂଆପଡ଼ାରୁ ୫ଜଣ, ପୁରୀରୁ ଜଣେ ଓ ସୁନ୍ଦରଗଡ଼ରୁ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.