ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ମୁହଁ ଖୋଲିଲେ ଝିଅ ଦୀପାଳି

ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ଏପରି କହିଲେ ଝିଅ ଦୀପାଳି: ‘ମୋହନ ସରକାରଙ୍କୁ ଅନୁରୋଧ CBI ତଦନ୍ତ କରାଇବେ କି ?’

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ମୁହଁ ଖୋଲିଲେ ଝିଅ ଦୀପାଳି । ‘ଗତ ବିଧାନସଭାରେ ୨ ଜଣ ବିଧାୟକ ଏହି ପ୍ରସଙ୍ଗ ଉଠାଇଥିଲେ ।

ମୁଁ କାହିଁକି CBI ତଦନ୍ତ ଦାବି କରୁନି ବୋଲି ଗଣମାଧ୍ୟମରେ କହୁଛନ୍ତି । ମୋହନ ସରକାରଙ୍କୁ ଅନୁରୋଧ CBI ତଦନ୍ତ କରାଇବେ କି ? ଆମ ପରିବାରକୁ ଆକ୍ଷେପ କରାଯାଉଛି, ଆମ ସହ ଠିଆ ହେବେକି ।

ମୋ ଭାଇକୁ ବିନା ୱାରେଣ୍ଟିରେ ଛତିଶଗଡ଼ରେ ଅଟକ ରଖିଲେ । ଆଜି ମୋ ବାପାଙ୍କ ହତ୍ୟାକାଣ୍ଡର ତଦନ୍ତ ପାଇଁ ଲେଖା ମାଗୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ ଆମକୁ ଡାକି ଆଲୋଚନା କରି ଆଗକୁ ବଢ଼ନ୍ତୁ ।

ତେବେ ଏତେ ଦିନ ପରେ ଏପରି କାହିଁକି କହିଲେ ଦୀପାଳି ଦାସ ? ଯାହାକୁ ନେଇ ଏବେ ସାଧାରଣରେ ଉଠୁଛି ପ୍ରଶ୍ନ ।