ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା, 20 ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା । 20 ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ।

ଭୁବନେଶ୍ବର: ଆସନ୍ତା 20 ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ପାଇଁ ଅଭିଯୋଗ ଶୁଣାଣି ବନ୍ଦ-  20 ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ରହିଥିବା କାରଣରୁ ସେଦିହିନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ କେବେ ପୁଣି ଅଭିଯୋଗ ଶୁଣାଣି ହେବ ସେନେଇ ଗଣମାଧ୍ୟମ ଜରିଆରେ ସୂଚନା ଦିଆଯିବ ବୋଲି କୁହାଯାଇଛୁ ।

କହିରଖୁଛୁକି, ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ପଡ଼ିଲେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଥାଏ । ତେବେ ଆସନ୍ତା 20 ତାରିଖରେ କାର୍ଯ୍ୟସୂଚୀ ନେଇ କୌଣସି ସୂଚନା ମିଳିପାରି ନାହିଁ ।

ଏଠାରେ ହୁଏ ଅଭିଯୋଗ ଶୁଣାଣି- ଭୁବନେଶ୍ୱର ସ୍ଥିତ ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହି ଅଭିଯୋଗ ଶୁଣାଣି ହେଉଛି । ଏହି ଶୁଣାଣି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଅନ୍ୟ କିଛି ମନ୍ତ୍ରୀ, ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହୁଛନ୍ତି ।