ଓଡ଼ିଶାରେ କୁହୁଡ଼ୁ ହେବା ନେଇ ଆଲର୍ଟ ଜାରି, ୪ ଜିଲ୍ଲା ସାବଧାନ !

ଘନ କୁହୁଡ଼ି ନେଇ ଏହି ୪ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି...

ଭୁବନେଶ୍ୱର : ରାଜ୍ୟରେ ଲାଗି ରହିଛି ଶୀତ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ନଥିଲେ ମଧ୍ୟ ରାଜ୍ୟରେ ଜାରି ରହିବ ଶୀତ।

ଓଡ଼ିଶାରେ କୁହୁଡ଼ୁ ହେବା ନେଇ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ଘନ କୁହୁଡ଼ି ହେବା ନେଇ ୪ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ବିଭାଗ।।

ଆଜି ଏହି ୪ ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଓ କୋରାପୁଟରେ କୁହୁଡ଼ି ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଜୋନ୍ ଉପରେ ସ୍ବତନ୍ତ୍ର ସତର୍କତା ବଜାୟ ରଖିବା ପାଇଁ ପରାମର୍ଶ ଦିଆଯାଇଛି।

ଏହା ଛଡ଼ା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, କେନ୍ଦୁଝର, ଝାରସୁଗୁଡ଼ାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବା ନେଇ ଆଲର୍ଟ ଜାରି କରାଯାଇଛି।

ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶା ସୁନ୍ଦରଗଡ, କେନ୍ଦୁଝର(Keonjhar), ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର(Sambalpur), ବରଗଡ, କଳାହାଣ୍ଡି, କନ୍ଧମାଳ, କୋରାପୁଟ(Koraput), ନବରଙ୍ଗପୁର ଜିଲ୍ଲାରେ ସ୍ବାଭାବିକ ଶୀତ ଅନୁଭୁତ ହେଉଛି।

ଗତ ୨୪ ଘଣ୍ଟା ମଧ୍ୟରେ ସର୍ବନିମ୍ନ ତାପମାତ୍ରା ଦାରିଙ୍ଗିବାଡ଼ି ଓ ଫୁଲବାଣୀ(Phulbani)ରେ ୮ଡିଗ୍ରି ରେକର୍ଡ କରାଯାଇଛି।