ଭୁବନେଶ୍ବର: ସୌର ଜଗତର ମଙ୍ଗଳ, ଶୁକ୍ର, ବୃହସ୍ପତି, ଶନି, ନେପଚୁନ୍ ଓ ୟୁରେନସ୍ ସମେତ ୬ଟି ଗ୍ରହଙ୍କୁ ନେଇ ବିରଳ ମହଜଗତିକ ଦୃଶ୍ୟ ଦେଖିବାକୁ ମିଳିବ । ଆସନ୍ତା ଜାନୁଆରି ୨୧ରୁ ୩୧ ତାରିଖ ପର୍ଯ୍ୟନ୍ତ ଦେଖିବାକୁ ମିଳିବ ।
ଏକ ସରଳରେଖାରେ 6 ଗ୍ରହ- ଏହି ଗ୍ରହଗୁଡ଼ିକ ଏକ ସରଳ ରେଖାରେ ରହିବେ । ଫଳରେ ଆକାଶରେ ଏକ ସୁନ୍ଦର ଦୃଶ୍ୟ ଦେଖିହେବ । ମଙ୍ଗଳ, ଶୁକ୍ର, ବୃହସ୍ପତି ଏବଂ ଶନି ଭଳି ଗ୍ରହ ଏକ ସରଳରେଖାରେ ରହି ସୁନ୍ଦର ଦୃଶ୍ୟ ସୃଷ୍ଟି କରିବେ ଏବଂ ଏଗୁଡିଙ୍କୁ ଖାଲି ଆଖିରେ ଦେଖିହେବ । ସେହିଭଳି ଦୂରବୀକ୍ଷଣ ଏବଂ ଟେଲିସ୍କୋପ୍ ମାଧ୍ୟମରେ ନେପଚୁନ୍ ଏବଂ ୟୁରେନସ୍ ଦୃଶ୍ୟମାନ ହେବେ ବୋଲି ଜଣାପଡ଼ିଛି ।
ବିରଳ ଦୃଶ୍ୟ ଦେଖିହେବ- ତେବେ ଏହି ଦୃଶ୍ୟକୁ ଚାହିଁଲେ ଦେଖିପାରିବେ । ବିଜ୍ଞାନ ଓ କାରିଗରୀ ବିଭାଗ ଅଧୀନରେ ଥିବା ଭୁବନେଶ୍ୱରସ୍ଥିତ ପଠାଣି ସାମନ୍ତ ପ୍ଲାନେଟୋରିୟମରେ ଏହି ବିରଳ ଦୃଶ୍ୟ ଦେଖିବାର ଆବଶ୍ୟକୀୟ ବ୍ୟବସ୍ଥା କରାଯାଇଛି ।
ସୋମବାର ବ୍ୟତୀତ ଏହି ଦିନଗୁଡ଼ିକରେ ସନ୍ଧ୍ୟା ସାଢ଼େ ୫ଟାରୁ ସାଢ଼େ ୭ଟା ପର୍ଯ୍ୟନ୍ତ ଏଭଳି ବିରଳ ଦୃଶ୍ୟ ଦେଖିବା ନେଇ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।