ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି । ସୁଭଦ୍ରା ଯୋଜନାରେ ମହିଳାମାନେ ଆବେଦନ କରୁଥିବାବେଳେ ବର୍ତ୍ତମାନ ପୁରୁଷ ଆବେଦନ କରିଛନ୍ତି ।
ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଇଥିବା ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ କରିଛନ୍ତି ଆବେଦନ ।
ଇ-କେୱାଇସି ଯାଞ୍ଚବେଳେ ଏହି ଚାଞ୍ଚଲ୍ୟକର ତଥ୍ୟା ସାମ୍ନାକୁ ଆସିଥିବା ଜଣାପଡ଼ିଛି ।
ଚଳିତ ମାସ ଶେଷ ସପ୍ତାହରେ ସୁଭଦ୍ରା ପ୍ରଥମ ପର୍ଯ୍ୟାୟର ୪ର୍ଥ କିସ୍ତି ମହିଳାମାନଙ୍କୁ ମିଳିବ । ପାଖାପାଖି ୨୦ ଲକ୍ଷ ମହିଳା ଏହାଦ୍ୱାରା ଉପକୃତ ହେବେ ।