ନୂଆଦିଲ୍ଲୀ: ସଂସଦର ମିିଳିତ ଅଧିବେଶନକୁ ସମ୍ବୋଧନ ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସମ୍ବିଧାନ ନିର୍ମାତାଙ୍କୁ ପ୍ରଣାମ ଜଣାଇଲେ ରାଷ୍ଟ୍ରପତି । ପ୍ରଥମେ ସେ ମହାକୁମ୍ଭ ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ । ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ ।
ସେ କହିଛନ୍ତି, ଦେଶ ବର୍ତ୍ତମାନ ଦ୍ରୁତ ଗତିରେ ନିଷ୍ପତ୍ତି ନେଉଛି । ୨ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ସ୍ୱାମୀତ୍ୱ କାର୍ଡରେ ସାମିଲ କରାଯାଇଛି । ଆୟୁଷ୍ମାନ ଯୋଜନାରେ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି । କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ଋଣ ସୀମା ବୃଦ୍ଧି କରାଯାଇଛି । ସମସ୍ତଙ୍କୁ ଆବାସ ଦିଆଯିବା ପାଇଁ ପଦକ୍ଷେପ ନିଆଯାଇଛି ।
ରାଷ୍ଟ୍ରପତି ଆହୁରି କହିଛନ୍ତି ଯେ, ଗରିବଙ୍କ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ଶିକ୍ଷା ଓ ରୋଜଗାର ଉପରେ ଗୁରୁତ୍ୱ ଦିଆଯାଉଛି । ବନ୍ଦେ ଭାରତ ଓ ନମୋ ଭାରତ ଟ୍ରେନ ଦୌଡୁଛି । ଭାରତ ବିଶ୍ୱର ୩ୟ ବଡ଼ ଅର୍ଥ ବ୍ୟବସ୍ଥା ହେବାକୁ ଯାଉଛି । ସରକାରୀ କର୍ମଚାରୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ଗଠନ ହୋଇଛି ।