ଗଣଶିକ୍ଷା ବିଭାଗରେ ୨୭୬୭ ଜଣଙ୍କୁ ମିଳିବ ଚାକିରି, ଆଜି ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ
ଏହିଠାରେ ଆୟୋଜିତ ହୋଇଛି ନିଯୁକ୍ତି ମେଳା କାର୍ଯ୍ୟକ୍ରମ । ଗଣଶିକ୍ଷା ବିଭାଗରେ ଯୋଡ଼ିହେବେ ୨୭୬୭ ଜଣ ।
ଭୁବନେଶ୍ୱର: ଆଜି ନିଯୁକ୍ତିପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ୟୁନିଟ୍ -୩ କ୍ୟାପିଟାଲ ହାଇସ୍କୁଲଠାରେ ନିଯୁକ୍ତି ମେଳା ଅନୁଷ୍ଠିତ ହେବ ।
ଗଣଶିକ୍ଷା ବିଭାଗ ଅଧିନରେ ୨୭୬୭ଜଣ ଅଧ୍ୟକ୍ଷ , ଶିକ୍ଷକ, କନିଷ୍ଠ ସହାୟକ ଓ ସମୀକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ଏ ନେଇ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ଗତକାଲି ସୂଚନା ଦିଆଯାଇଥିଲା ।
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପାଇଁ ୮୯୪ ଜଣ ଅଧ୍ୟକ୍ଷ, ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ ହାଇସ୍କୁଲର ୧୭୯୮ ଜଣ ଶିକ୍ଷକ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ୨୮ କନିଷ୍ଠ ଶିକ୍ଷକ ସହାୟକ. ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ୨୭ଜଣ କନିଷ୍ଠ ସହାୟକ, ମାଧ୍ୟମିକ ଶିକ୍ଷା ପରିଷଦର ୧୮ଜଣ କନିଷ୍ଠ ସହାୟକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟଅଧୀନରେ ୨ ଜଣ ସମୀକ୍ଷକଙ୍କୁ ନିଯୁକ୍ତି ମିଳିବ ।
ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ରହିବେ ।