ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତର ହେବେ ଉତ୍ତମ ମହାନ୍ତି, କହିଲେ ପୁଅ ବାବୁସାନ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତର ହେବେ ଉତ୍ତମ ମହାନ୍ତି। ଅବସ୍ଥା ଗୁରୁତର ଥିବାରୁ ସ୍ଥାନାନ୍ତର ହେବେ କହିଲେ ପୁଅ ବାବୁସାନ।

ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯିବା ନେଇ କହିଲେ ବାବୁସାନ। ବର୍ତ୍ତମାନ ସେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ୱିଟାଲରେ ଭର୍ତ୍ତି ହୋଇଛନ୍ତି ।

ଆଇସିୟୁରେ ଚିକିତ୍ସା ଚାଲିଥିବା ବେଳେ ସେ ଭେଣ୍ଟିଲେଟରରେ ଥିବା ସୂଚନା । ଏହି ଖବର ଶୁଣି ଅନେକ ଫ୍ୟାନ୍ସଙ୍କୁ ବଡ଼ ଝଟକା ଲାଗିଛି ।

ସୂଚନାରୁ ପ୍ରକାଶ ଏକ ଫିଲ୍ମ ସୁଟିଂ ପାଇଁ ଯାଇଥିବା ସମୟରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା । ପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ କିନ୍ତୁ ସେଠାରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଥିଲା ।

କହିରଖୁଛୁ ‘ବୋଉ ବୁଟୁ ଭୂତ’ ସିନେମା ସୁଟିଂ ଚାଲିଥିବା ସମୟରେ ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ । ଏହି ସିନେମାରେ ତାଙ୍କ ସହ ପତ୍ନୀ ଅପରାଜିତା ଓ ପୁଅ ବାବୁସାନ ମଧ୍ୟ ଅଭିନୟ କରିଛନ୍ତି ।

ତିନି ଦଶନ୍ଧି ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତରେ ନିଜର ପତିଆରା ଜାହିର କରିଥିବା ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅଶୀ ଦଶକରେ ଥିଲେ ଏକ ଅପ୍ରତିଦ୍ୱନ୍ଦ୍ୱୀ ଚେହେରା ସେ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ପ୍ରସାରିତ ହେବା ପରେ, ଶୁଭେଚ୍ଛୁ ଏବଂ ପ୍ରଶଂସକମାନେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଆଶୁଆରୋଗ୍ୟର କାମନା କରିଛନ୍ତି ।