ଓଡ଼ିଶାରେ ୫ ବର୍ଷରେ ୧.୫ ଲକ୍ଷ ସରକାରୀ ଚାକିରି: ଜାଣନ୍ତୁ କେଉଁ କ୍ଷେତ୍ରକୁ କେତେ ନିଯୁକ୍ତି ?

ଭୁବନେଶ୍ୱର: ଓଡ଼ିଶା ବିଧାନସଭାରେ ଆଜିଠାରୁ ଆରମ୍ଭ ହୋଇଛି ବଜେଟ୍ ଅଧିବେଶ । ପ୍ରଥମ ଦିନରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଅଭିଭାଷଣ ଦେଉଛନ୍ତି । ଏହାରି ମଧ୍ୟରେ ସେ କହିଛନ୍ତି ଯେ, ୫ ବର୍ଷ ମଧ୍ୟରେ ୧.୫ ଲକ୍ଷ ସରକାରୀ ଚାକିରି ପୂରଣ କରାଯିବ । ପ୍ରଥମ ୨ ବର୍ଷରେ ୬୫,୦୦୦ ପଦବୀ ପୂରଣ ହେବ ।

୨ ବର୍ଷରେ ବୟନ ଶିଳ୍ପ କ୍ଷେତ୍ରରେ ୫୦,୦୦୦ ନିଯୁକ୍ତି ଦିଆଯିବ । ୨୦୨୪-୨୫ରେ ୨୪ ହଜାରରୁ ଅଧିକ ପଦବୀ ପୂରଣ ହୋଇସାରିଛି । ଆମ କ୍ରୀଡାବିତମାନେ କ୍ରୀଡା କ୍ଷେତ୍ରରେ ଅନେକ ସଫଳତା ଆଣିଛନ୍ତି । ପିଏମ ଆବାସ ଯୋଜନାରେ ଘର ଯୋଗାଇବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ରାଜ୍ୟପାଳ ହରିବାବୁ କମ୍ଭମପାଟି କହିଛନ୍ତି ।