fbpx

ରାଜ୍ୟରେ ପୁଣି ୩ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୧୮ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୫୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗଞ୍ଜାମ ଜିଲ୍ଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଗଜପତିରୁ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ୨ ମୃତକ ପୁରୁଷ ହୋଇଥିବା ବେଳେ ଜଣଙ୍କୁ ୬୩ ବର୍ଷ ଓ ଅନ୍ୟକୁ ୬୦ ବର୍ଷ ବୋଲି ଜଣାପଡିଛି ।

ଅନ୍ୟପଟେ ଗଜପତିର ଜଣେ ୪୮ ବର୍ଷୀୟ ମହିଳାଙ୍କ କରୋନା ଜନିତ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.