ଭୁବନେଶ୍ୱର : ବଡ଼ ଧରଣର ଅଗ୍ନିକାଣ୍ଡରେ ଜଳିଗଲା ବିୟୁଟି ପାର୍ଲର। ଏହି ଅଗ୍ନିକାଣ୍ଡ ଭୁବନେଶ୍ୱର ଖଣ୍ଡଗିରି ଥାନା ଅଧୀନ ଜାଗମରା ଅଞ୍ଚଳରେ ଥିବା ଏକ ବିୟୁଟି ପାର୍ଲରରେ ଘଟିଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି।
ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । କିନ୍ତୁ ଏଥିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସର୍ଟସର୍କିଟ କିମ୍ବା ଅନ୍ୟ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଥାଇପାରେ ବୋଲି ଅନୁମାନ କରାଯାଉଛି। ଅଗ୍ନିକାଣ୍ଡରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ଏନେଇ ଅଗ୍ନିଶମ ବିଭଗେ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।