ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୯ ଜିଲ୍ଲାକୁ ପାଣିପାଗ ବିଭାଗର ଅରେଞ୍ଜ ୱାର୍ଣ୍ଣିଂ
ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ବର୍ଷା ଓ ଘଡ଼ଘଡ଼ି ହେବ ବୋଲି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ। ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ଏହି ୯ ଜିଲ୍ଲାଗୁଡ଼ିକ ହେଲେ- କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା।
ଏଥିସହ ଅନ୍ୟ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ୨୪ ଘଣ୍ଟା ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ୫୦ରୁ ୬୦ କିମି ବେଗରେ ପବନ ସମ୍ଭାବନା ରହିଛି।
ପୂର୍ବରୁ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ୪ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ସୂଚନା ଦେଇଥିଲା ପାଣିପାଗ ବିଭାଗ। କିଛି ସ୍ଥାନରେ ପ୍ରବଳ ବର୍ଷା ପବନ ହେବା ନେଇ ଆକଳନ କରିଥିଲା ପାଣିପାଗ କେନ୍ଦ୍ର।