ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା ଦେଇଛି ବିଜେଡି । ବିରୋଧୀ ଦଳ ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ।
ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ସରକାରୀ କ୍ୟାଲେଣ୍ଡରରେ ଛୁଟି ଥିବାବେଳେ ଏହାକୁ ହଟାଇ ସରକାର ଅଣସାମ୍ବିଧାନୀକ କାର୍ଯ୍ୟ ବିରୋଧରେ ବିଜେଡି ପ୍ରତିବାଦ କରିବ ବୋଲି ସେ କହିଛନ୍ତି ।
ଏଥରକୁ ପଞ୍ଚାୟତିରାଜ ଦିବସ ଏପ୍ରିଲ ୨୪ରେ ପାଳନ କରାଯିବ ବୋଲି ଗତକାଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଥିଲା । ଏଥିସହ କାଲି ଅର୍ଥାତ୍ ମାର୍ଚ୍ଚ ୫ ତାରିଖରେ କେବଳ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ପାଳନ କରାଯିବ ବୋଲି ଘୋଷଣା କରାଯାଇଛି ।
ଏ ନେଇ ମୁଖ୍ୟମନ୍ତ୍ରୀ ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିବାବେଳେ ସ୍କୁଲ ଓ କଲେଜ ଛୁଟି ବାତିଲ୍ କରିଛନ୍ତି ରାଜ୍ୟ ସରକାର ।
ଅନ୍ୟପଟେ ମାହାଙ୍ଗାରେ କିଛି ଦୁର୍ବୃତ୍ତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଥିବା ଘଟଣା ସାମ୍ନାକୁ ଆସିଛି । ଏ ନେଇ ଅଭିଯୋଗ ପରେ ଭଦ୍ରେଶ୍ୱର ଥାନା ପକ୍ଷରୁ ତଦନ୍ତ ଜାରି ।