ରାଜ୍ୟ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‍ ଅଧିବେଶନ ଆସନ୍ତାକାଲିଠାରୁ ଆରମ୍ଭ

ଭୁବନେଶ୍ୱର : ରାଜ୍ୟ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‍ ଅଧିବେଶନ ଆସନ୍ତାକାଲିଠାରୁ ଆରମ୍ଭ ହୋଇ ଏପ୍ରିଲ୍‍ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନ କାଳରେ ଖର୍ଚ୍ଚଦାବୀ ଆଲୋଚନା ସହିତ ବ୍ୟୟ ମଞ୍ଜୁରୀ ବିଧେୟକ ପାରିତ ହେବ ।

ସୂଚନା ଅନୁସାରେ ସପ୍ତଦଶ ବିଧାନସଭାର ପ୍ରଥମ ପର୍ଯ୍ୟାୟ ଅଧିବେଶନ ଗତ ଫେବୃୟାରୀ ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ଏଥିରେ ସରକାର ୨୦୨୫-୨୬ ଆର୍ଥିକ ବର୍ଷପାଇଁ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍‍ ଉପସ୍ଥାପନ କରିଥିଲେ ।