fbpx

ଆସନ୍ତାକାଲିଠାରୁ ନବରଙ୍ଗପୁର ସଟଡାଉନ

ନବରଙ୍ଗପୁର,୨୦ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାରି ମଧ୍ୟରେ ନବରଙ୍ଗପୁର ଜିଲ୍ଲାକୁ ସଟଡାଉନ କରାଯିବାକୁ ଘୋଷଣା କରାଯାଇଛି । ଆସନ୍ତାକାଲି ସକାଳ ୫ଟାରୁ ୨୨ ତାରିଖ ମଧ୍ୟରାତ୍ରୀ ଯାଏଁ ନବରଙ୍ଗପୁର ଜିଲ୍ଲା ସଟଡାଉନ୍ ରହିବ । ସକାଳ ୬ଟାରୁ ଦିନ ୧ଟା ଯାଏ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ ବୋଲି କୁହାଯାଇଛି ।
ତେବେ କରୋନା ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ପ୍ରଶାସନ୍ ପକ୍ଷରୁ ସଟଡାଉନ୍ ଘୋଷଣା କରାଯାଇଛି ।

Get real time updates directly on you device, subscribe now.