ସୁନ୍ଦରଗଡ଼: ଭାରସାମ୍ୟ ହରାଇ ଓଲଟିଲା ବସ୍। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୩୦ ଜଣ ଆହତ ହୋଇଛନ୍ତି। ସଦର ଥାନା ଟାଙ୍ଗରମୁଣ୍ଡା ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।
ବସ୍ଟି ଓଲଟିପଡିବା ପରେ ସଙ୍ଗେସଙ୍ଗେ ସ୍ଥାନୀୟ ଲୋକେ ଏବଂ ପୋଲିସ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। କିଛି ଯାତ୍ରୀ ଏପର୍ଯ୍ୟନ୍ତ ଚାପି ହୋଇ ରହିଥିବାର ସୂଚନା ମିଳିଛି। ସେମାନଙ୍କୁ ଉଦ୍ଧାର କରାଯାଉଛି। ଚିଙ୍ଗିରିକେଲାରୁ ସୁନ୍ଦରଗଡ଼ ଅଭିମୁଖେ ଆସୁଥିଲା ଏହି ବସ୍।