ଆସନ୍ତା ୧୭ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କାହିଁକି

ଭୁବନେଶ୍ବର : ଆସନ୍ତା ୧୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ଭୁବନେଶ୍ବର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।