fbpx

ଭୁବନେଶ୍ୱରରୁ ଆଜି ୯୧ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ

ଭୁବନେଶ୍ୱର, ୨୨ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୧୦୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରର ୯୧ଜଣ ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୯୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୯ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଭୁବନେଶ୍ୱରରେ ୯୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ତେବେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ୧୩୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଥିବା ବେଳେ ସେମାନଙ୍କ ମଧ୍ୟରୁ ୭୨୪ଜଣ ସୁସ୍ଥ ହୋଇଛନ୍ତି ଓ ୧୧ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୬୦୬ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.