fbpx

୨୪ଘଣ୍ଟାରେ ୧୧୨୯ଜଣଙ୍କ ଜୀବନ ନେଲା କରୋନା

ନୂଆଦିଲ୍ଲୀ, ୨୩ା୭: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୪୫,୭୨୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୨୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୮,୬୩୫କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୨୯,୮୬୧ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୭,୮୨,୬୦୭ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪,୨୬,୧୬୭ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି ମହାରାଷ୍ଟ୍ରରେ ସର୍ବାଧିକ ୧୨ହଜାର ୫୫୬, ଦିଲ୍ଲୀରେ ୩୭୧୯, ତାମିଲନାଡ଼ୁରେ ୩୧୪୪, ଗୁଜୁରାଟରେ ୨୨୨୪ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.