ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା । ଆସନ୍ତାକାଲିଠୁ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ । ରାଜ୍ୟ ବିଜେପି ଅଧ୍ୟକ୍ଷ ମନମୋହନ ସାମଲ ଏନେଇ ସୂଚନା ଦେଇଛନ୍ତି ।

କାଲି ଦିନ ୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ଜେପି ନଡ୍ଡା । ବିମାନବନ୍ଦରରୁ ସିଧାସଳଖ କଟକ ଗସ୍ତ କରିବେ। କଟକରେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟବୀମା କାର୍ଯ୍ୟକ୍ରମରେ ଯୋଗ ଦେଇ ଯୋଜନାର ଶୁଭାରମ୍ଭ କରିବା ନେଇ ସୂଚନା ରହିଛି।

୧୨ ତାରିଖରେ ପୁରୀରେ ବିଜେପି ପ୍ରଶିକ୍ଷଣ ଶିବିର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।