ଅଜା ଘରକୁ ବୁଲି ଯାଇଥିଲା ଶିଶୁ କନ୍ୟା, ଦୁଷ୍କର୍ମ ପରେ ମାରିଦେଲେ ଦୁର୍ବୃତ୍ତ

ଭୁବନେଶ୍ବର: ଗଞ୍ଜାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଦୁଷ୍କର୍ମ ପରେ ଜଣ ଶିଶୁ କନ୍ୟାଙ୍କୁ ହତ୍ୟା କରାଯାଇଛି ।

ଏକ ନିର୍ମାଣାଧୀନ ଘରୁ 4 ବର୍ଷର ଶିଶୁ କନ୍ୟାର ମୃତଦେହ ଉଦ୍ଧାର କରାଯାଇଛି । ପାଟପୁର ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏହି ଅଭାବନୀୟ ଘଟଣା ।

ଖବର ଅନୁସାରେ, ଶିଶୁ କନ୍ୟା ଜଣକ ନିଜ ଅଜା ଘରକୁ ବୁଲିବାକୁ ଆସିଥିଲା । ଏହି ସମୟରେ କେହି ଜଣ ଦୁର୍ବୃତ୍ତ ଏଭଳି କାଣ୍ଡ ଭିଆଇ ଥିବା ଅନୁମାନ କରାଯାଉଛି ।

ତେବେ ଏହି ଘଟଣା ସାମ୍ନାକୁ ଆସିବା ପରେ ସ୍ଥାନୀୟ ଅଞ୍ଚଳରେ ଏକ ଭୟର ବାତାବରଣ ଖେଳିଯାଇଛି । ତେବେ କିଏ ଏହି କାଣ୍ଡ କରିଛି ତାହା ପ୍ରକୃତରେ ଜଣାପଡିନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି ।

ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ତଦନ୍ତ ଜାରି ରଖିଛି । ପରିବାର ଲୋକଙ୍କ ପକ୍ଷକୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।