fbpx

ଖୁସି ଖବର: ରାଜ୍ୟରେ ଆଉ ୭୨୮ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୫ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୫ ହଜାର ୯୨୮ ଜଣ ସୁସ୍ଥ ହେଲେଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୯୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିଭଳି ଖୋର୍ଦ୍ଧାରେ ୪୯, କଟକରେ ୪୩, ବାଲେଶ୍ୱରରେ ୩୩, ଯାଜପୁରରୁ ୩୨, ଗଜପତିରେ ୨୩, ମୟୂରଭଞ୍ଜରୁ ୧୯, ଅନୁଗୁଳରୁ ୧୮, ଜଗତସିଂହପୁର ଓ ନୟାଗଡରୁ ୧୭, ସମ୍ବଲପୁରରୁ ୧, ମାଲକାନଗିରିରୁ ୧୦, ବରଗଡ, ଢେଙ୍କାନାଳ, କେନ୍ଦ୍ରାପଡା ଓ ପୁରୀରୁ ୭ ଜଣ ଲେଖାଏଁ, ବଲାଙ୍ଗିର, ଝାରସୁଗୁଡା ଓ ସୋନପୁରରୁ ୫ ଜଣ ଲେଖାଏଁ, ଭଦ୍ରକ ଓ ନବରଙ୍ଗପୁରରୁ ୪ ଜଣ ଲେଖାଏଁ, କୋରାପୁଟରୁ ୩, ବୌଦ୍ଧ ଓ କେନ୍ଦୁଝରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.