fbpx

ଘାଇଲା କରୁଛି କରୋନା: ଦିନକରେ ୪୮,୬୬୧ ପଜିଟିଭ୍, ୭୦୫ ମୃତ

ନୂଆଦିଲ୍ଲୀ,୨୬ ।୭:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩୨,୦୬୩ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୦୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୪୮ ହଜାର ୬୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୮୫ ହଜାର ୫୫୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪,୬୭,୮୮୨ ଜଣ ଚିକିତ୍ସିତ ହେଉଥିବା ବେଳେ ୮,୮୫,୫୭୭ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମହାରାଷ୍ଟ୍ରରେ ସର୍ବାଧିକ ୧୩ ହଜାର ୩୮୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦିଲ୍ଲୀରେ ୩୮୦୬, ତାମିଲନାଡୁରେ ୩୪୦୯, ଗୁଜରାଟରେ ୨୩୦୦ ଜଣଙ୍କର ମୃତ୍ୟୁ ଘଟିଛି ।

Get real time updates directly on you device, subscribe now.