fbpx

ଦିନକରେ ୫୦ ହଜାର ପଜିଟିଭ୍ !

ନୂଆଦିଲ୍ଲୀ,୨୭ ।୭:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩୨ ହଜାର ୭୭୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୦୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୪୯ ହଜାର ୯୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୩୫ ହଜାର ୪୫୩କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୮୫ ହଜାର ୧୧୪ ଜଣ ଚିକିତ୍ସିତ ହେଉଥିବା ବେଳେ ୯ ଲକ୍ଷ ୧୭ ହଜାର ୫୬୭ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମହାରାଷ୍ଟ୍ରରେ ସର୍ବାଧିକ ୧୩ ହଜାର ୬୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦିଲ୍ଲୀରେ ୩,୮୨୭ , ତାମିଲନାଡୁରେ ୩,୪୯୪ , ଗୁଜରାଟରେ ୨,୩୨୬ ଜଣଙ୍କର ମୃତ୍ୟୁ ଘଟିଛି ।

Get real time updates directly on you device, subscribe now.