ସାମାଜିକ ଓ ଆର୍ଥିକ ଅନଗ୍ରସର ପାଇଁ ସଂରକ୍ଷଣ ପ୍ରସଙ୍ଗ: ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

୫୦% ବାଦ୍ ଦିବ୍ୟାଙ୍ଗ, ଅନ୍ୟାନ୍ୟ ବର୍ଗ: ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର: ସାମାଜିକ ଓ ଆର୍ଥିକ ଅନଗ୍ରସର ପାଇଁ ସଂରକ୍ଷଣ ପ୍ରସଙ୍ଗକୁ ନେଇ ବର୍ତ୍ତମାନ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଗତକାଲି କ୍ୟାବିନେଟ ନିଷ୍ପତ୍ତି ନେଇଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି।

ସେ କହିଛନ୍ତି ଯେ, ଜାତିଭିତ୍ତିକ ସଂରକ୍ଷଣ ୫୦% ଟପିବନି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏଥିପାଇଁ ଏସଇବିସି ବର୍ଗଙ୍କ ନାମଲେଖା ନେଇ ୧୧.୨୫% ସଂରକ୍ଷଣ କରିଛୁ। ପୂର୍ବରୁ ଏସସି/ଏସଟି ବର୍ଗଙ୍କ ପାଇଁ ୩୮.୭୫% ସଂରକ୍ଷଣ ବ୍ୟବସ୍ଥା ରହିଛି।

ଏସଇବିସି ସଂରକ୍ଷଣ ୧୧.୨୫% ମିଶିଲେ ଏହା ୫୦% ରେ ସୀମିତ ରହିବ। ଦିବ୍ୟାଙ୍ଗଙ୍କ ୬% ଓ ପୂର୍ବତନ ସେନାନୀଙ୍କ ପରିବାରକୁ ୧% ସଂରକ୍ଷଣ ଅଲଗା ରହିଛି।

କାରଣ ଏମାନଙ୍କୁ ଦିଆଯାଇଥିବା ସଂରକ୍ଷଣ ଜାତିଭିତ୍ତିକ ନୁହେଁ। ଏହା ସୁପ୍ରିମକୋର୍ଟଙ୍କ ଗାଇଡଲାଇନ ଉଲ୍ଲଘଂନ କରୁ ନାହିଁ ବୋଲି କହିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।