fbpx

ରାଜ୍ୟରେ ଆଜି ଆଉ ୭ ପ୍ରାଣ ନେଲା କରୋନା, ସାମିଲ ଅଛି ୫ ବର୍ଷର ଶିଶୁ

ଭୁବନେଶ୍ୱର,୨୮ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୨୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ରାୟଗଡାରୁ ୨, କଟକରୁ ଜଣେ ଓ ଭୁବନେଶ୍ୱରରୁ ଜଣଙ୍କର ମୃତ୍ୟୁ ଘଟିଛି । ଭୁବନେଶ୍ୱରରେ ୫ ବର୍ଷର ବାଳକର କରୋନା ଜନିତ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Get real time updates directly on you device, subscribe now.