ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ, ନୀତି ଆୟୋଗ ବୈଠକରେ ହେବେ ସାମିଲ୍
ଆଜି ରାତିରେ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାଲି ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ ।
ଭୁବନେଶ୍ବର: ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାତିରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । କାଲି ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ ।
ଏହାପରେ 25 ରେ ଏନଡିଏ ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ମଧ୍ୟ ଯୋଗଦେବେ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତ କରିପାରନ୍ତି।
ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବାର ଅଛି। ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବେ ସାମିଲ। ଏହି ବୈଠକରେ 2047କୁ ଭାରତକୁ ବିକଶିତ ଦେଶ କରି ଗଢ଼ିବା ଉପରେ ଆଲୋଚନା ହେବ। ଯୋଗଦେଇଥିବା ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ବିଭିନ୍ନ ପରାମର୍ଶ ରଖିବେ।