ରାଜ୍ୟରେ କାଳବୈଶାଖୀ ବର୍ଷା: ଆଜିପାଇଁ ୧୭ ଜିଲ୍ଲାକୁ ଅରେଞ୍ଜ ତ’ ୧୩ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟରେ ଲାଗି ରହିଛି କାଳବୈଶାଖୀ ବର୍ଷା। ଦିନରେ ଖରା ଦେଖିବାକୁ ମିଳୁଥିବା ବେଳେ ଅପରାହ୍ଣରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି। ଅନେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଦେଖିବାକୁ ମିଳିଛି।

ଆଜି ରବିବାର ୧୭ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୧୩ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୧୭ ଜିଲ୍ଲା ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ(Ganjam), ଜଗତସିଂପୁର, କେନ୍ଦ୍ରାପଡ଼ା(Kendrapara) ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ପବନ ହେବାକୁ ଥିବାରୁ ଅରେଞ୍ଜ ଚେତାବନୀ ଜାରି ହୋଇଛି।

ସେହିପରି ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୩ ଜିଲ୍ଲା କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସପୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼।

ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ୪୦-୫୦ କିମି ବେଗରେ ପବନ ବହିବା ନେଇ ବିଭାଗ ତରଫରୁ ଆଲର୍ଟ ଜାରି କରାଯାଇଛି।

ଅନ୍ୟପଟେ, ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର ବ‌ଙ୍ଗୋପସାଗରରେ ୨୭ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି। ସେପଟେ ବର୍ଷା ପ୍ରଭାବରେ ରାଜ୍ୟରେ ତାତି ହ୍ରାସ ପାଇଥିବା ଦେଖିବାକୁ ମିଳିଛି।