ଗରମରୁ ମିଳିବ ମୁକ୍ତି, ଆସୁଛି ଲଘୁଚାପ, ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ !
୨୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି।
ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ଖରା ଗରମରୁ ମିଳିବ ତ୍ରାହି। ଭିଜିବ ଓଡ଼ିଶା। ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଗକୁ ରଜ ଆସୁ ଥିବାର ଏହି ଲଘୁଚାପ ଗରମରୁ ଟିକେ ଆଶ୍ୱସ୍ତି ଦେବ ଏବଂ ରଜରେ ରଜ ପାଗ ଦେବ ବୋଲି ଆକଳନ କରାଯାଇଛି। ତେବେ ନିକଟରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିଲା। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା।
ଆଉ ଏବେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। କାରଣ ବଙ୍ଗୋପସାଗରରେ ସୃଷ୍ଟି ହୋଇସାରିଲାଣି ଘୂର୍ଣ୍ଣିବଳୟ। ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା।
ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏକାଧିକ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ତା ସହ ଆସନ୍ତା କାଲି ପାଇଁ ୨୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହାସହ ବଜ୍ରପାତ ସହ ଘଡ଼ଘଡ଼ି ବର୍ଷା ନେଇ ଚେତାବନୀ ମଧ୍ୟ ଦିଆଯାଇଛି।