“ଭୁବନେଶ୍ୱରରେ ଅଣ୍ଡରଗ୍ରାଉଣ୍ଡ ମେଟ୍ରୋ ପାଇଁ ଚାଲିଛି ଯୋଜନା”, ପୂର୍ତ୍ତ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ଅଣ୍ଡରଗ୍ରାଉଣ୍ଡ ମେଟ୍ରୋକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଜାରି କରିଛନ୍ତି।

ସେ କହିଛନ୍ତି, “ଭୁବନେଶ୍ୱରରେ ଏଲିଭେଟେଡ୍ ମେଟ୍ରୋ ହେବନି। ଅଣ୍ଡରଗ୍ରାଉଣ୍ଡ ମେଟ୍ରୋ ନେଇ ଯୋଜନା ଚାଲିଛି। ନଗର ଉନ୍ନୟନ ବିଭାଗ ଏନେଇ ଯୋଜନା ପ୍ରସ୍ତୁତ କରୁଛି।”