ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିଲେ ପ୍ରଧାନମନ୍ତ୍ରୀ ମୋଦି
ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିଲେ ପ୍ରଧାନମନ୍ତ୍ରୀ ମୋଦି । କାଲି ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ବିମାନ କ୍ରାସ୍ ହୋଇଯାଇଥିଲା ।
ନୂଆଦିଲ୍ଲୀ: ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିଲେ ପ୍ରଧାନମନ୍ତ୍ରୀ ମୋଦି । କାଲି ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ବିମାନ କ୍ରାସ୍ ହୋଇଯାଇଥିଲା । ଦୁର୍ଘଟଣାସ୍ଥଳ ପରେ ସିଭିଲ ହସ୍ପିଟାଲ୍ ଗଲେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ସାଥିରେ ଅଛନ୍ତି ଗୁଜୁରାଟ ମୁଖ୍ୟମନ୍ତ୍ରୀ । ବେସାମରିକ ଓ ବିମାନ ଚଳାଚଳ ମନ୍ତ୍ରୀ ମଧ୍ୟ ଉପସ୍ଥିତ । ହସ୍ପିଟାଲରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କଲେ ଏବଂ ଦୁର୍ଘଟଣାରୁ ବର୍ତ୍ତିଯାଇଥିବା ବିଶ୍ବସ କୁମାରଙ୍କୁ ଭେଟିଲେ ।
ବିଶ୍ୱାସ କୁମାର ହେଉଛନ୍ତି ଏକମାତ୍ର ବ୍ୟକ୍ତି ଯିଏ ଏହି ଭୟଙ୍କର ଦୁର୍ଘଟଣାରୁ ବଞ୍ଚିଯାଇଛନ୍ତି। ତାଙ୍କର ମଧ୍ୟ ସିଭିଲ ହସ୍ପିଟାଲରେ ଚିକିତ୍ସା ଚାଲିଛି। ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅହମଦାବାଦ ଆସି ବିଭିନ୍ନ ହସ୍ପିଟାଲ ପରିଦର୍ଶନ କରିଥିଲେ ଏବଂ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରିଥିଲେ। ବିମାନ ଦୁର୍ଘଟଣାକୁ ନେଇ ବ୍ୟକ୍ତିଗତ ଭାବେ ପରିସ୍ଥିତି ଉପରେ ନଜର ରଖିଥିବା କହିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମନୋହର ନାଇଡୁ ।
ଅହମଦାବାଦ ବିମାନ ଦୁର୍ଘଟଣାର ତଦନ୍ତ କରିବା ପାଇଁ କେନ୍ଦ୍ର ସରକାର ଏକ ଉଚ୍ଚସ୍ତରୀୟ କମିଟିର ଗଠନ କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗୁରୁବାର କହିଛନ୍ତି ଯେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରୁ ଲୋକଙ୍କୁ ବଞ୍ଚାଇବାର ପ୍ରୟାସ ବିଫଳ ହୋଇଛି। କାରଣ ବିମାନରେ ଥିବା 1.25 ଲକ୍ଷ ଲିଟର ଇନ୍ଧନ ଜଳିବା ଯୋଗୁଁ ତାପମାତ୍ରା ଅତ୍ୟଧିକ ଉଚ୍ଚ ସ୍ତରକୁ ବୃଦ୍ଧି ପାଇଥିଲା।
ଅମିତ ଶାହ ନାଗରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାୟଡୁ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ସହିତ ଦୁର୍ଘଟଣା ସ୍ଥଳ ପରିଦର୍ଶନ କରିବା ପରେ ଗଣମାଧ୍ୟମ ସହ କଥାବାର୍ତ୍ତା କରିଥିଲେ।