ଭୁବନେଶ୍ବର: ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଲଘୁଚାପ ସକ୍ରିୟ ରହିଛି ।
ଲଘୁଚାପ ସକ୍ରିୟ- ଗୋଟିଏ ପଟେ ଲଘୁଚାପ ସକ୍ରିୟ ରହିଥିବା ବେଳେ ଅନ୍ୟପଟେ ମୌସୁମୀ ମଧ୍ୟ ଆଗେଇ ଚାଲିଛି । ଫଳରେ ରାଜ୍ୟରେ କିଛି ଦିନ ହେବ ବର୍ଷା ଲାଗି ରହିଛି ।
ତେବେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆଜି ଏବଂ କାଲି ବର୍ଷା ଲାଗି ରହିବ । କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ ।
ଆଜି କେଉଁ ସ୍ଥାନରେ ବର୍ଷା- ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆଜି ଅଧା ଓଡ଼ିଶାରେ ବର୍ଷା ହେବ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁରରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଝାରସୁଗୁଡ଼ା, ଢେଙ୍କାନାଳ, ଅନୁଗୁଳ, ବରଗଡ଼, ଦେବଗଡ଼, ସୋନପୁର, ବୌଦ୍ଧରେ ମଧ୍ୟ ବର୍ଷା ହୋଇପାରେ ।
ତେବେ କେବଳ ଆଜି ନୁହେଁ କାଲି ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜି କାଲି ପରେ 20 ତାରିଖରୁ ସ୍ଥାନେ ସ୍ଥାନେ ବର୍ଷାର ପରିମାଣ କମିବ ।
ସ୍ଥାନେସ୍ଥାନେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।