ଭୁବନେଶ୍ୱର: ଆଜି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ହେବାର ସମ୍ଭବାନା ଥିବାବେଳେ ୧୨ ଜିଲ୍ଲାରେ ସ୍ଥିତି ଜଟିଳ ରହିବା ନେଇ ଆଶଙ୍କା ।
ପ୍ରବଳ ବର୍ଷା ନେଇ ୩ ଘଣ୍ଟା ଲାଗି ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । କୌଣସି କାମ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦେଇଛି ବିଭାଗ ।
ବିଭାଗୀୟ ସୂଚନା ମୁତାବକ, ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ୨୪ ତାରିଖ ପର୍ଯ୍ୟନ୍ତ ଏହା ଜାରି ରହିବ ।