କାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱରରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଜାଣନ୍ତୁ ଡିଟେଲ୍ସ

କାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱରରେ ଅଫିସ୍ ଛୁଟି

ନୂଆଦିଲ୍ଲୀ: କାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱରରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ରାଜସ୍ୱ ଓ ମାଜିଷ୍ଟେରିଆଲ କୋର୍ଟ ଛୁଟି ରହିବ।

ଅତ୍ୟଧିକ ଭିଡ଼ ଓ ଟ୍ରାଫିକ୍ ସମସ୍ୟା ଆଶଙ୍କାରେ ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।